Header Ads

how to make rangoli design /ଓଡିଶା ଝୋଟି ଚିତା / ସୁଦଶା ବ୍ରତ / odisha jhoti /odisha culture

how to make rangoli design /ଓଡିଶା ଝୋଟି ଚିତା / ସୁଦଶା ବ୍ରତ / odisha jhoti /odisha culture

ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ । ବ୍ରତ କାହାଣୀ ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି । ବ୍ରତ ହରାଇ ବିକଳ ଭାବେ କ୍ରନ୍ଦନ କରୁଥିବା ବେଳେ ନଳ ରାଜା ତାଙ୍କର ଦୁଃଖ ଦୂର କରିବା ପାଇଁ ସତ୍ୟବଦ୍ଧ ହୋଇ ନିଜ ରାଣୀଙ୍କ ଠାରୁ ବ୍ରତ ଆଣି ବ୍ରାହ୍ମଣୀଙ୍କୁ ଦେଛନ୍ତି । ବ୍ରତଟି ଲକ୍ଷ୍ମୀଙ୍କ ପ୍ରତୀକ ହୋଇଥିବାରୁ ବ୍ରତଦାନ କଲେ ଲକ୍ଷ୍ମୀଛଡ଼ା ହେବାର କଥିତ ଥିବାରୁ ରାଣୀ ଅତ୍ୟନ୍ତ କୁଣ୍ଠାର ସହ ବ୍ରତଟିକୁ ଦେଇଛନ୍ତି । ବ୍ରତଦାନ ପରେ ତାଙ୍କର ସକଳ ସମ୍ପଦ, ସୁଖ, ଐଶ୍ଵର୍ଯ୍ୟ ଅପହୃତ ହୋଇ ରାଜା ଓ ରାଣୀ ଲକ୍ଷ୍ମୀଛଡ଼ା ଓ ଶ୍ରୀହୀନ ହୋଇ ପଡ଼ିଛନ୍ତି । ଯାବତୀୟ ଦୁଃଖ ଦୁର୍ଦ୍ଦଶା ଭୋଗ କଲାପରେ ରାଣୀ ପୁନଶ୍ଚ ଯଥାବିଧି ସୁଦଶା ବ୍ରତ ପାଳନ କରିବାପରେ ସେମାନଙ୍କର ସମସ୍ତ ଅପହୃତ ସୁଖ ସୌଭାଗ୍ୟ ଫେରି ଆସିଛି । content- https://or.wikipedia.org/s/32y



No comments

About me

About me

Home Top Ad

Featured Post

Ridge Gourd (Torai) Pakoda recipe

Powered by Blogger.